ଆଜି ୧୦ ଜିଲ୍ଲା‌ରେ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି | News Room Odisha

ଆଜି ୧୦ ଜିଲ୍ଲା‌ରେ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ଆଜି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୬ ତାରିଖ ଦିନ ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଆଦି ଅଞ୍ଚଳରେ ବି ବର୍ଷା ସମ୍ଭାବନା ରହିଛି। ରାଜ୍ୟର ବାକି ଅଞ୍ଚଳରେ ପାଗ ଶୁଖିଲା ରହିବା ସହ ଫେବ୍ରୁଆରି ଶେଷ ୨ଦିନ ମଧ୍ୟ ରାଜ୍ୟର ପାଗ ଶୁଖିଲା ଓ ଖରାଟିଆ ରହିବ। ଏଥିସହ ଆସନ୍ତା ୪ରୁ ୫ ଦିନରେ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭା‌ବନା ନାହିଁ।