ୟୁକ୍ରେନରୁ ଓଡ଼ିଆଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ | News Room Odisha

ୟୁକ୍ରେନରୁ ଓଡ଼ିଆଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ୟୁକ୍ରେନରେ ଫସିଥିବା ଓଡ଼ିଶାର ଲୋକଙ୍କୁ ଉଦ୍ଧାର ପ୍ରସଙ୍ଗରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍.ଜୟଶଙ୍କରଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ଫସିଥିବା ଭାରତୀୟଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରହିଥିବା କହିଛନ୍ତି ଜୟଶଙ୍କର, ପୂର୍ବରୁ ଆଜି ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସହ ମଧ୍ୟ କଥା ହୋଇଥିଲେ ମୁଖ୍ୟମନ୍ତ୍ରୀ ।