ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଆରମ୍ଭ, ଆଜି ୩୧୫ ଜିଲ୍ଲା ପରିଷଦରେ ଗଣତି

ଭୁବନେଶ୍ୱର – ଆରମ୍ଭ ହୋଇଛି ପଞ୍ଚାୟତ ନିର୍ବାଚନର ଭୋଟ୍ ଗଣତି । ସକାଳ ୮ ରୁ ଆରମ୍ଭ ହୋଇଛି ଗଣତି । ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନ୍‌ରେ ଗଣତି ଚାଲିଛି। ରାଜ୍ୟର ସମସ୍ତ ୩୧୪ ବ୍ଲକରେ ହୋଇଛି ଗଣତି ବ୍ୟବସ୍ଥା। ପ୍ରତି ପଞ୍ଚାୟତ ପାଇଁ ଗଣତି ସକାଶେ ଗୋଟିଏ ଟେବୁଲ ବ୍ୟବସ୍ଥା ହୋଇଛି। ପ୍ରତି ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର ଓ ୨ ଜଣ ଲେଖାଏଁ କାଉଣ୍ଟିଂ ଆସିଷ୍ଟାଣ୍ଟ ଦାୟିତ୍ୱରେ ଅଛନ୍ତି।

ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନ୍‌ରେ ଭୋଟ ଗଣତି ହେଉଛି। ଆସନ୍ତାକାଲି ୩୦୭ ଓ ପରଦିନ ୨୨୯ ଜିଲ୍ଲା ପରିଷଦ ଜୋନ୍‌ରେ ଗଣତି ହେବ। ପ୍ରାର୍ଥୀ କିମ୍ବା ତାଙ୍କ ପ୍ରତିନିଧିଙ୍କ ଉପସ୍ଥିତିରେ ଗଣତି ହେବ।

୩ ଦିନ ଯାଏ ଏହି ଗଣତି ଚାଲିବ। ତିନିଦିନରେ ୧ ଲକ୍ଷ ୫୬ ହଜାର ୭୫୩ ଓ୍ୱାର୍ଡମେମ୍ବର, ୩୨ ହଜାର ୮୬୦ ସରପଞ୍ଚ, ୨୭ ହଜାର ୩୪ ସମିତି ସଭ୍ୟ ଓ ୩ ହଜାର ୩୩୯ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ ହେବ।

Comments are closed.