ୟୁକ୍ରେନ ଫେରନ୍ତା ଓଡ଼ିଆଙ୍କ ସହ କଥା ହେଲେ ନବୀନ | News Room Odisha

ୟୁକ୍ରେନ ଫେରନ୍ତା ଓଡ଼ିଆଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର-ୟୁକ୍ରେନ ଫେରନ୍ତା ଓଡ଼ିଆଙ୍କ ସହ ଭିଡିଓ କନଫରେନସିଂ ଜରିଆରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୟୁକ୍ରେନ୍‌ରୁ ଫେରିଥିବା ଓଡ଼ିଆଙ୍କୁ ସହ କଥା ହେଲେ ମୁଖ୍ୟମନ୍ତ୍ରୀ । ସେମାନଙ୍କୁ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ ପାଇଁ ଆଶ୍ବାସନା ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ରୁଷର ଆକ୍ରମଣ ପରେ ୟୁକ୍ରେନରେ ଫସିଥିବା ଓଡ଼ିଆମାନଙ୍କୁ ସୁରକ୍ଷିତ ଉଦ୍ଧାର କରିବା ପାଇଁ ମୁଖ୍ୟମନ୍ତ୍ରୀ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଓ ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସହ କଥା ହୋଇଥିଲେ ।