ନବରଙ୍ଗପୁର ଜିଲ୍ଲାର କିଛି ଅଞ୍ଚଳରେ ମୃଦୁ ଭୂମିକମ୍ପ

ନବରଙ୍ଗପୁର – ନବରଙ୍ଗପୁର ଜିଲ୍ଲାର ଝରିଗାଁ ଓ ଚନ୍ଦାହାଣ୍ଡି ଅଞ୍ଚଳରେ ମୃଦୁ ଭୁମିକମ୍ପ ଅନୁଭୂତ ହୋଇଛି। ଏହାର ପ୍ରଭାବରେ କେତେକ ଘରର କାନ୍ଥରେ ଫାଟ ଦେଖିବାକୁ ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟା ୨୩ ମିନିଟ୍ ୩୪ ସେକେଣ୍ଡ ସମୟରେ ଏହି ମୃଦୁ ଭୁମିକମ୍ପ ଅନୁଭୂତ ହୋଇଥିଲା ।

ଭୂପୃଷ୍ଠର ୯ କିଲୋମିଟର ଗଭୀରରେ ୧୯.୬୦ ଅକ୍ଷାଂଶ ଓ ୮୨.୭୦ ଦ୍ରାଘିମାରେ ଏହି ଭୂମିକମ୍ପ ୬ରୁ ୭ ସେକେଣ୍ଡ ଯାଏ ଅନୁଭୂତ ହୋଇଥିବା କୁହାଯାଉଛି।

Comments are closed.