ଜୟନ୍ତୀରେ ପିତା ବିଜୁ ପଟ୍ଟନାୟକଙ୍କୁ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବିଜୁ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା। ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ୱାଭିମାନ ଓ ଗୌରବ ପାଇଁ। ତାଙ୍କ ନୀତିଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି। ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.