ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ୨ ମୃତ

ସୋନପୁର – ସୁବର୍ଣ୍ଣପୁର ଜିଲ୍ଲାରେ ଏକ ବରଯାତ୍ରୀ ଗାଡ଼ି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ବଡ଼କର୍ଲେ ଗାଁ ନିକଟରେ ବରଯାତ୍ରୀ ଗାଡ଼ିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏକ ଭ୍ୟାନରେ ବରଯାତ୍ରୀମାନେ ବାହାଘର ଭୋଜିରେ ଯୋଗ ଦେଇ ଫେରୁଥିବା ବେଳେ ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ଗାଡ଼ିଟି ଏକ ଗଛରେ ପିଟି ହୋଇଯାଇଥିଲା । ଏଥିରେ ୨ଜଣଙ୍କର ଘଟଣା ସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ଆହତଙ୍କ ଭିତରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

Comments are closed.