ଛତ୍ରବଜାର ପୋଲ ଭୁଶୁଡି ୨ ମୃତ, ଜଣେ ଗୁରୁତର

କଟକ- କଟକ ଛତ୍ରବଜାର ପରିବା ମାର୍କେଟ ନିକଟ ପୋଲ ଭୁଶୁଡ଼ିବା ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଛତ୍ରବଜାରରୁ ମାଲଗୋଦାମ ସଂଯୋଗ କରୁଥିବା ପୋଲଟି ଭୁଶୁଡ଼ି ପଡ଼ିବା ଯୋଗୁଁ ମାଟି ତଳେ ଚାପି ହୋଇ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଜଣେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ବଡ଼ ମେଡ଼ିକାଲ୍‌ର ଆଇସିୟୁରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। କଟକ ଡିସିପି ପ୍ରତୀକ ସିଂହ ଏହି ସୂଚନା ଦେଇଛନ୍ତି ।

Comments are closed.