ଓଡ଼ିଆ ଭାଷାର ଶାସ୍ତ୍ରୀୟ ମାନ୍ୟତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର- ଆଜି ହେଉଛି ଓଡ଼ିଆ ଭାଷାର ଶାସ୍ତ୍ରୀୟ ମାନ୍ୟତା ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମ ଭାଷା ଆମର ପରିଚୟ ଓ ଗୌରବ। ଆଜିର ଦିନରେ ମାତୃଭାଷା ଓଡ଼ିଆକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ପ୍ରଦାନ କରାଯାଇଥିଲା। ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ପଛରେ ଥିବା ବହୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ଅବଦାନକୁ ସ୍ମରଣ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଆ ଭାଷାର ସୁରକ୍ଷା ଓ ପ୍ରସାର ଦିଗରେ ସଙ୍କଳ୍ପବଦ୍ଧ ହୋଇ ଆଗକୁ ବଢିବା ପାଇଁ ସେ କହିଛନ୍ତି ।

Comments are closed.