ପୌର ନିର୍ବାଚନ : ଆଜି ଚୂଡାନ୍ତ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର – ପୌର ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା। ରାଜ୍ୟର ୧୦୬ଟି ମ୍ୟୁନିସିପାଲିଟି, ଏନ୍ଏସି ଓ ୩ଟି ମହାନଗର ନିଗମ ପାଇଁ ଆଜି ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ।

ଚଳିତ ମାସ ୨ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିଥିଲା। ଗତ ୯ ତାରିଖରେ ଯାଞ୍ଚ ହୋଇଥିଲା ପ୍ରାର୍ଥିପତ୍ର। ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମହାନଗର ନିଗମ ସମେତ ୪୭ଟି ପୌର ପରିଷଦ ଓ ୫୯ଟି ଏନଏସି ନିର୍ବାଚନ ପାଇଁ ମୋଟ ୧୮୯୯ଟି ୱାର୍ଡରେ ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ଭୋଟ ଗ୍ରହଣ ହେବ। ମୋଟ ୪୪୭୫ଟି ବୁଥରେ ୪୧ ଲକ୍ଷ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିପାରିବେ । ମାର୍ଚ୍ଚ ୨୬ରେ ହେବ ଭୋଟ ଗଣତି ।

Comments are closed.