ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର | News Room Odisha

ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ବର- ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଭାରତ ମହାସାଗର ଓ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରୀୟ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୂମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଲଘୁଚାପର ପ୍ରଭାବ ସମ୍ପର୍କରେ ସ୍ପଷ୍ଟ ସୂଚନା କିଛି ନାହିଁ । ଏହା ସୃଷ୍ଟି ହେବା ପରେ ଓଡିଶା ସମେତ ପୂର୍ବ ଉପକୂଳରେ କଣ ପ୍ରଭାବ ରହିବ ତାହା ସ୍ପଷ୍ଟ ହେବ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମଧ୍ୟ ଲଘୁଚାପର ପରିବର୍ତ୍ତି ସ୍ଥିତି ନେଇ କୌଣସି ଆକଳନ ହୋଇନାହିଁ । ଏହା ସୃଷ୍ଟି ହେବା ପରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ କି ନାହିଁ ତାହା ସ୍ପଷ୍ଟ କରାଯାଇନାହିଁ । ବର୍ତ୍ତମାନ ପର୍ଯ୍ୟନ୍ତ ବାତ୍ୟା ନେଇ କୌଣସି ପୂର୍ବାନୂମାନ କରାଯାଇନାହିିଁ ବୋଲି ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।