ବରିଷ୍ଠ ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା

ପୁରୀ – ଶ୍ରୀକ୍ଷେତ୍ରରେ ଚାଞ୍ଚଲ୍ୟ | ବରିଷ୍ଠ ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି | ପ୍ରତିହାରୀ ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ତଥା ସୁଆର ମହାସୁଆର ନିଯୋଗର ସମ୍ପାଦକ ଥିଲେ ।

ସୂଚନା ଅନୁସାରେ ଆଜି ପୁରୀ ଟାଉନ ଥାନା ଅନ୍ତର୍ଗତ ବାରବାଟୀ ଜାଗା ନିକଟରେ କୃଷ୍ଣଚନ୍ଦ୍ରଙ୍କୁ ହତ୍ୟା କରାଯାଇଛି | ବହୁଚର୍ଚ୍ଚିତ ଗୁନ ସିଂହରୀ ହତ୍ୟା ମାମଲାରେ ସମ୍ପୃକ୍ତ ଥିଲେ କୃଷ୍ଣଚନ୍ଦ୍ର ପ୍ରତିହାରୀ । ଏହି ମାମଲାରେ ସେ ଗିରଫ ହୋଇଥିଲେ ମଧ୍ୟ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହୋଇଥିଲେ ।

ପ୍ରାଥମିକ ସୂଚନା ଅନୁସାରେ, ବାରବାଟୀ ଜାଗାର ଉନ୍ନତିମୂଳକ କାର୍ଯ୍ୟ ଦାୟିତ୍ୱରେ ଥିଲେ କୃଷ୍ଣଚନ୍ଦ୍ର । ଆଜି ସକାଳେ ହଠାତ୍ କିଛି ଦୁର୍ବୃତ୍ତ ସେଠାକୁ ଆସି ତାଙ୍କ ମୁଣ୍ଡ ଉପରକୁ  ନିକଟରୁ ଦୁଇ ରାଉଣ୍ଡ ଗୁଳି ମାରିଥିଲେ | ରକ୍ତ ଜୁଡୁବୁଡୁ ଅବସ୍ଥାରେ ପୁରୀ ସଦର ଚିକିତ୍ସାଳୟରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ କୃଷ୍ଣଚନ୍ଦ୍ରଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।

Comments are closed.