ନିଆଁରେ ପୋଡ଼ି ହୋଇ ଗୋଟିଏ ପରିବାରର ୨ ମୃତ, ୩ ଜଣ ଗୁରୁତର

ରାୟଗଡ଼ା- ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଶିକରପାଇରେ ୫ ଜଣ ପୋଡ଼ି ହୋଇ ଗୁରୁତର ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଗୁରୁତର ୫ ଜଣଙ୍କୁ ବ୍ରହ୍ମପୁର ଏମ୍‌କେସିଜି ହସ୍ପିଟାଲକୁ ସ୍ଥାନାନ୍ତର ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ୩ ଜଣଙ୍କ ଅବସ୍ଥା ଏବେ ବି ସଙ୍କଟାପନ୍ନ ରହିଛି ।

ଦୁଇ ମୃତକ ହେଲେ ବାପା ଦୟାନିଧି ବେହେରା ଓ ତାଙ୍କ ପତ୍ନୀ ଲକ୍ଷ୍ମୀ ବେହେରା । ଦୁଇ ପୁଅ ଓ ଜଣେ ବୋହୂଙ୍କୁ କଟକ ବଡ଼ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ସନ୍ଧ୍ୟା ପ୍ରାୟ ସାଢ଼େ ୫ଟା ବେଳେ ଘର ଭିତରେ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା। ଚିତ୍କାର ଶୁଣି ସାହି ପଡ଼ିଶା କବାଟ ଭାଙ୍ଗି ସେମାନଙ୍କୁ ଉଦ୍ଧାର କରି ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।

ଘର ଭିତରେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ତାହା ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Comments are closed.