ବଢିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ- ୧୩୭ ଦିନ ପରେ ପୁଣି ବଢିଛି ପେଟ୍ରୋଲ ଓ ଡିଜେଲ ଦର । ତେଲ ଲିଟର ପିଛା ସର୍ବଭାରତୀୟ ସ୍ତରରେ ୮୦ ପଇସା ବଢ଼ିଛି । ଭୁବନେଶ୍ବରରେ ପେଟ୍ରୋଲ୍‌ ଦର ଲିଟର ପିଛା ୧୦୨ ଟଙ୍କା ୬୬ ପଇସା ଓ ଡିଜେଲ୍ ୯୨ ଟଙ୍କା ୪୮ ପଇସା ହୋଇଛି । ଭୁବନେଶ୍ବରରେ ପେଟ୍ରୋଲ୍‌ ଓ ଡିଜେଲ ପାଖାପାଖି ୮୫ ପଇସା ବଢ଼ିଛି ।

ୟୁକ୍ରେନ ଉପରେ ରୁଷ ଆକ୍ରମଣ ଯୋଗୁଁ ଅଶୋଧିତ ତୈଳର ବ୍ୟାରେଲ ପିଛା ଦର ୧୪୦ ଡଲାର ଅତିକ୍ରମ କରିବା ସତ୍ତ୍ବେ ତେଲ କଂପାନିଗୁଡ଼ିକ ଦାମ୍ ବଢ଼ାଇନଥି‌ଲେ। ‌ଉତ୍ତରପ୍ରଦେଶ ସମେତ ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଯୋଗୁ ସରକାରୀ ତେଲ କମ୍ପାନିଗୁଡ଼ିକ ପେଟ୍ରୋଲ ଓ ଡିଜେଲ ଦର ବଢ଼ାଇ ନଥିଲେ। ଏପରିକି ନିର୍ବାଚନ ଫଳ ଚଳିତମାସ ୧୦ ତାରିଖରେ ପ୍ରକାଶ ପାଇବା ପରେ ବି ଦରକୁ ଆଜି ପର୍ଯ୍ୟନ୍ତ ସଂଶୋଧନ କରାଯାଇ ନଥିଲା। ଗତକାଲି ହଠାତ୍ ତେଲ କଂପାନିଗୁଡ଼ିକ ବଡ଼ ଗ୍ରାହକ ଯେଭଳିକି ସପିଙ୍ଗ ମଲ୍, ରେଳବାଇ, ପରିବହନକାରୀ ସଂସ୍ଥା ଆଦି କିଣୁଥିବା ଡିଜେଲ୍‌ର ମୂଲ୍ୟରେ ଏକସଙ୍ଗେ ଲିଟର ପିଛା ୨୫ ଟଙ୍କା ବୃଦ୍ଧି ଘୋଷଣା କରିଥିଲେ।

Comments are closed.