ବ୍ରହ୍ମପୁର-:ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ତଥା ହିଞ୍ଜିଳି ଥାନା ଅଧୀନ ପିତ୍ତଳ ଛକ ନରେନ୍ଦ୍ରପୁରରେ ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୪ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଆଉ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସଂଘର୍ଷର କାରଣ ଜଣା ପଡ଼ିନାହିଁ। ରାତି ପ୍ରାୟ ସାଢ଼େ ୧୨ଟାରୁ ଗୋଟାଏ ମଧ୍ୟରେ ଏହି ସଂଘର୍ଷ ଘଟିଛି ।ପ୍ରାଣ ହରାଇଥିବା ବ୍ୟକ୍ତିମାନେ ହେଉଛନ୍ତି ତିନି ଭାଇ।
ପିତ୍ତଳ ଛକରେ ଥିବା ଶମ୍ଭୁ ଫାଷ୍ଟ ଫୁଡ ଦୋକାନରେ ଗଣ୍ଡଗୋଳ ହୋଇ ପରବର୍ତୀ ସମୟର ଗୋଷ୍ଠୀସଂଘର୍ଷର ରୂପ ନେଇଥିଲା। ଦୁଇ ଗୋଷ୍ଠୀ ପରସ୍ପର ଉପରେ ସଶସ୍ତ୍ର ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିଲା । ପିତ୍ତଳ ଛକ ରାସ୍ତା ଉପରେ ୪ ଜଣଙ୍କ ମୃତ ଦେହ ପଡ଼ିଥିଲା ବୋଲି ପୋଲିସଲିସ କହିଛି l ଏହି ସଂଘର୍ଷରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ପ୍ରଥମେ ହିଞ୍ଜିଳି ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥଲା। ପରେ ସେମାନଙ୍କ ମଧ୍ୟରୁ ୨ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ଅଣାଯାଇଥିବା ସୂଚନା ମିଳିଛି। ଏହି ସଂଘର୍ଷର ପ୍ରକୃତ କାରଣ ଜଣାପଡ଼ିନାହିଁ।
Comments are closed.