ଆଜିଠାରୁ ବିଧାନସଭାରେ ବଜେଟ ଅଧିବେଶନ | News Room Odisha

ଆଜିଠାରୁ ବିଧାନସଭାରେ ବଜେଟ ଅଧିବେଶନ

ଭୁବନେଶ୍ୱର – ବିଧାନସଭାର ବଜେଟ୍ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି । ଏହା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନରେ ୬ଟି କାର୍ଯ୍ୟଦିବସ ରହିଛି। ମାର୍ଚ୍ଚ ୩୦ ତାରିଖରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ ହେବ। ମାର୍ଚ୍ଚ ୩୧ ତାରିଖରେ ଭୋଟ ଅନ୍ ଆକାଉଣ୍ଟ ସଂକ୍ରାନ୍ତୀୟ ବ୍ୟୟମଂଜୁରି ବିଲ୍ ପାରିତ ହେବ।

ଆଜି ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିଭାଷଣ ରଖିବେ। ଏହାପରେ ବିଧାନସଭାର ସଦସ୍ୟ ତଥା ପୂର୍ବତନ ବାଚସ୍ପତି କିଶୋର ମହାନ୍ତି, ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ସମେତ ୯ ଜଣ ପୂର୍ବତନ ବିଧାୟକ ଓ କୋଭିଡ୍ ଯୋଦ୍ଧାଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ ହେବ। ଗୃହ ମୁଲତବୀ ରହି ପୁଣି ୪ଟାରେ ଆରମ୍ଭ ହେବ। ଆଜି,କାଲି ଓ ୨୮ ତାରିଖ ତିନି ଦିନ ଧରି ଗୃହରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ।

କୋଭିଡ୍ କଟକଣାରେ ଗୃହକାର୍ଯ୍ୟ ହେବ। ଗୃହ କାର୍ଯ୍ୟ ଦିନ ୧୦.୩୦ରୁ ୧.୩୦ ଏବଂ ପରବର୍ତ୍ତୀ ପର୍ଯ୍ୟାୟ ୪ ରୁ ୬ଟା ଏପରି ଦୁଇଟି ପର୍ଯ୍ୟାୟରେ ୫ ଘଣ୍ଟା ଚାଲିବ।