ଛତୁ ଓ ଲେମ୍ବୁ ଉତ୍ପାଦନରେ ଓଡିଶା ୧ ନମ୍ବର ରାଜ୍ୟ | News Room Odisha

ଛତୁ ଓ ଲେମ୍ବୁ ଉତ୍ପାଦନରେ ଓଡିଶା ୧ ନମ୍ବର ରାଜ୍ୟ

ଭୁବନେଶ୍ୱର – ଛତୁ ଓ ଲେମ୍ବୁ ଉତ୍ପାଦନରେ ଓଡିଶା ୧ ନମ୍ବର ରାଜ୍ୟ ହୋଇଛି ଓ ବାଇଗଣରେ ଦୁଇ ନମ୍ବରରେ ରହିଛି । ସେହିପରି ଚାଉଳ ଉତ୍ପାଦନରେ ବଳକା ରାଜ୍ୟ ଓଡିଶା ଚତୁର୍ଥ ସ୍ଥାନରେ ରହିଛି । ବିଦେଶକୁ ୭୦୦ ମେଟ୍ରିକ ଟନ ଚାଉଳ ପଠା ଯାଉଥିବା ବେଳେ ଆଗକୁ ୧ ହଜାର ମେଟ୍ରିକ ଟନ ଚାଉଳ ପଠାଇବାକୁ ଲକ୍ଷ୍ୟ ରଖିଛନ୍ତି ସରକାର । ବିଧାନସଭାର ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଅରୁଣ ସାହୁ ଏହି ଉତ୍ତର ରଖିଛନ୍ତି । ସେପଟେ, ରାଜ୍ୟରେ ମୋଟ ୧୨୩ ଟି ଶୀତଳ ଭଣ୍ଡାର ଥିବା ବେଳେ ସେଥି ମଧ୍ୟରୁ ୭୯ ଟି ଅଚଳ । ସଚଳ ଥିବା ଶୀତଳ ଭଣ୍ଡାର ମଧ୍ୟରୁ କୃଷି ବିଭାଗର ୪ ଶୀତଳ ଭଣ୍ଡାର ରହିଛି । ଯାହାର କ୍ଷମତା ୪ ହଜାର ମେଟ୍ରିକ ଟନ । ସମବାୟ ବିଭାଗ ଅଧୀନରେ ୧୮ ଟି ଶୀତଳ ଭଣ୍ଡାର ରହିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।