ପୌରସଂସ୍ଥା ଉପାଧ୍ୟକ୍ଷ ଓ ଡେପୁଟି ମେୟର ନିର୍ବାଚନ ପାଇଁ ନୂଆ ନିୟମ | News Room Odisha

ପୌରସଂସ୍ଥା ଉପାଧ୍ୟକ୍ଷ ଓ ଡେପୁଟି ମେୟର ନିର୍ବାଚନ ପାଇଁ ନୂଆ ନିୟମ

ଭୁବନେଶ୍ବର – ବିଭିନ୍ନ ପୌର ସଂସ୍ଥାର ଉପାଧ୍ୟକ୍ଷ ଓ ଡେପୁଟି ମେୟର ପଦବୀ ପାଇଁ ଏଥର ପରୋକ୍ଷ ନିର୍ବାଚନ ହେବ। ଆସନ୍ତା ୭ ତାରିଖରୁ ଆରମ୍ଭ ହେବାକୁ ଥିବା ଏହି ନିର୍ବାଚନ ପାଇଁ ନୂଆ ନିୟମ ଲାଗୁ ହେବ। ଏନେଇ ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ସମସ୍ତ ଜିଲ୍ଲାପାଳ ଓ ସଂପୃକ୍ତ ନିର୍ବାଚନ ଅଧିକାରୀଙ୍କୁ ଜଣାଇଛନ୍ତି ।

ସରକାରଙ୍କ ନୂଆ ନିୟମ ଅନୁସାରେ ପୌରସଂସ୍ଥା ଉପାଧ୍ୟକ୍ଷ ଓ ମହାନଗର ନିଗମ ଡେପୁଟି ମେୟର ପଦବୀ ନିର୍ବାଚନ ପାଇଁ ପ୍ରତ୍ୟେକ ରାଜନୈତିକ ଦଳ ତାଙ୍କ ଦଳ ତରଫରୁ ଜଣେ ପ୍ରାଧିକୃତ ପ୍ରତିନିଧିଙ୍କୁ ନିଯୁକ୍ତ କରିବେ ଓ ସଂପୃକ୍ତ ଦଳର ସଭ୍ୟମାନେ ଉପାଧ୍ୟକ୍ଷ/ଡେପୁଟି ମେୟର ନିର୍ବାଚନରେ ଭୋଟ୍‌ ଦେଇ ସେହି ଦଳର ପ୍ରାଧିକୃତ ପ୍ରତିନିଧିଙ୍କୁ ଦେଖାଇ ଭୋଟ୍‌ ବାକ୍ସରେ ପକାଇବେ।