ସିଝୁଛି ଅଧା ଓଡ଼ିଶା, ଆଜି ୫ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର – ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହ ଜାରି ରହିବ। ୯ ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଥିବା ବେଳେ ବଲାଙ୍ଗୀର ଓ ବୌଦ୍ଧଠାରେ ସର୍ବାଧିକ ୪୧.୫ଡିଗ୍ରି ରେକର୍ଡ ହୋଇଛି। ଅଧା ଓଡ଼ିଶା ଏବେ ପ୍ରଚଣ୍ଡ ରୌଦ୍ରତାପରେ ପ୍ରଭାବିତ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମଧ୍ୟ ଏହି ତାତି ଜାରି ରହିବ। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Comments are closed.