ରାଜଧାନୀ ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା | News Room Odisha

ରାଜଧାନୀ ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର -ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ସଂସ୍କୃତି, ଶିକ୍ଷା, ସ୍ବାସ୍ଥ୍ୟସେବାଠାରୁ କ୍ରୀଡ଼ା କ୍ଷେତ୍ରରେ ରୂପାନ୍ତରଣ ଏକାମ୍ର କ୍ଷେତ୍ର ଭୁବନେଶ୍ବରକୁ ଦେଶର ପ୍ରମୁଖ ସ୍ମାର୍ଟସିଟିରେ ପରିଣତ କରିଛି। ଭୁବନେଶ୍ୱରକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବାକୁ ସମସ୍ତେ ଏକ ହୋଇ କାମ କରିବା ପାଇଁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।