ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ଶେଷକୃତ୍ୟ | News Room Odisha

ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ଶେଷକୃତ୍ୟ

ଭୁବନେଶ୍ୱର: ଯଶସ୍ବୀ ସାରସ୍ୱତ ସାଧକ ବୀଣାପାଣି ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି.

ଏକ ଶୋକବର୍ତ୍ତା ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ବୀଣାପାଣି ମହାନ୍ତି ତାଙ୍କ ଗଳ୍ପ ଓ ଉପନ୍ୟାସ ରେ ନାରୀ ଜୀବନ ର ସଂଘର୍ଷକୁ ସଫଳତାର ସହ ଉପସ୍ଥାପନା କରିଯାଇଛନ୍ତି.. ତାଙ୍କର କାଳଜୟୀ ରଚନା ନାରୀ ସଶକ୍ତିକରଣ ପାଇଁ ସବୁବେଳେ ପ୍ରେରଣା ଯୋଗାଇ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବୀଣାପାଣି ମହାନ୍ତିଙ୍କ ବିୟୋଗ ଓଡ଼ିଆ ସାରସ୍ୱତ ଜଗତରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି ।

ସ୍ବର୍ଗତ ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।