ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ | News Room Odisha

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ – ମହାପ୍ରଭୁଙ୍କ ପଇତାଲାଗି ନୀତି ପାଇଁ ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ପଇତା ଲାଗି ନୀତି ଥିବାରୁ ଅପରାହ୍‌ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ନୀତି ଦଇତାପତି ସେବକମାନଙ୍କ ଦ୍ବାରା ସମ୍ପାଦିତ ହେବ।