ମାଁ ସାରଳାଙ୍କ ପୀଠରେ ୫ଟି ସଚିବ: ପୀଠର ବିକାଶ ପାଇଁ ଖୁବ ଶୀଘ୍ର ମାଷ୍ଟରପ୍ଲାନ | News Room Odisha

ମାଁ ସାରଳାଙ୍କ ପୀଠରେ ୫ଟି ସଚିବ: ପୀଠର ବିକାଶ ପାଇଁ ଖୁବ ଶୀଘ୍ର ମାଷ୍ଟରପ୍ଲାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦେଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି ) ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରେ ଜଗତସିଂହପୁରର ଝଙ୍କଡ଼ ପୀଠକୁ ଯାଇ ମା ସାରଳାଙ୍କୁ ପୂଜାର୍ଚନା କରିଥିଲେ ଏବଂ ପୀଠର ବିକାଶ ସମ୍ପର୍କରେ ସେବାୟତ , ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଥିଲେ ।

ଝଙ୍କଡ଼ ଓଡ଼ିଶାର ଏକ ପ୍ରସିଦ୍ଧ ଶକ୍ତି ପୀଠ ମା ସାରଳାଙ୍କ ଆଶୀର୍ବାଦରୁ ଏହି ପୀଠରୁ ଆଦିକବି ସାରଳା ଦାସ ସାରଳା ମହାଭାରତ ରଚନା କରିଥିଲେ । ପ୍ରତିଦିନ ଏହି ପୀଠକୁ ମା ଙ୍କ ଦର୍ଶନ ପାଇଁ ବିଭିନ୍ନ ସ୍ଥାନରୁ ଭକ୍ତ ମାନେ ଆସିଥାନ୍ତି। ତେଣୁ ଭକ୍ତ ମାନଙ୍କ ସୁବିଧା ପାଇଁ ପୀଠର ବିକାଶ ଜରୁରୀ ହୋଇ ପଡିଛି ।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ପାଣ୍ଡିଆନ ପୀଠର ବିକାଶ ସମ୍ପର୍କରେ ସେବାୟତ, ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରିଥିଲେ ।

ପୀଠର ଆବଶ୍ୟକତାକୁ ଭିତ୍ତି କରି ବିକାଶ ପାଇଁ ତୁରନ୍ତ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ଜିଲ୍ଲା ପ୍ରଶାସନ କୁ ନିର୍ଦେଶ ଦେଇ ଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ 5Tmodel ରେ ଏହା କାର୍ଯ୍ୟକାରୀ କରାଯିବ ।

ଏହି ପରିଦର୍ଶନ ସମୟରେ ଜଗତସିଂହପୁର ଜିଲ୍ଲାପାଳ ସୁଶ୍ରୀ ପାରୁଲ ପାଟୱାରୀ ଓ ଜିଲ୍ଲାର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।