ଗ୍ରୀଷ୍ମପ୍ରବାହ ସ୍ଥିତିକୁ ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଅସହ୍ୟ ଗରମରେ କଲବଲ ହେଉଛନ୍ତି ରାଜ୍ୟବାସୀ। ଉପକୂଳରୁ ଉତ୍ତର, ପଶ୍ଚିମରୁ ଦକ୍ଷିଣ ସବୁଠି ଗରମ ପବନ । ଅସହ୍ୟ ତାତି ଦୃଷ୍ଟିରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ କରି ଦିଆଯାଇଛି। ଏହାପରେ ହିଟୱେଭ ସ୍ଥିତି ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ତାତି ବଢ଼ିବାରୁ ଦିନ ୧୦ଟା ପରେ ସ୍କୁଲରୁ ଫେରିବା ସ୍କୁଲ ଛାତ୍ରଛାତ୍ରୀଙ୍କ ପକ୍ଷେ କଷ୍ଟକର ହୋଇପଡ଼ିଲା। ଛୋଟ ପିଲାଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଗତ ୨୬ ତାରିଖରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି।

Comments are closed.