ଗ୍ରୀଷ୍ମପ୍ରବାହ ସ୍ଥିତିକୁ ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି : ଗଣଶିକ୍ଷା ମନ୍ତ୍ରୀ | News Room Odisha

ଗ୍ରୀଷ୍ମପ୍ରବାହ ସ୍ଥିତିକୁ ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଅସହ୍ୟ ଗରମରେ କଲବଲ ହେଉଛନ୍ତି ରାଜ୍ୟବାସୀ। ଉପକୂଳରୁ ଉତ୍ତର, ପଶ୍ଚିମରୁ ଦକ୍ଷିଣ ସବୁଠି ଗରମ ପବନ । ଅସହ୍ୟ ତାତି ଦୃଷ୍ଟିରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ କରି ଦିଆଯାଇଛି। ଏହାପରେ ହିଟୱେଭ ସ୍ଥିତି ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ତାତି ବଢ଼ିବାରୁ ଦିନ ୧୦ଟା ପରେ ସ୍କୁଲରୁ ଫେରିବା ସ୍କୁଲ ଛାତ୍ରଛାତ୍ରୀଙ୍କ ପକ୍ଷେ କଷ୍ଟକର ହୋଇପଡ଼ିଲା। ଛୋଟ ପିଲାଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଗତ ୨୬ ତାରିଖରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି।