ଆଉ ୩ରୁ ୪ ସପ୍ତାହ ପରେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇପାରେ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର – ଦେଶରେ ଦୈନିକ କରୋନା ସଂକ୍ରମଣ ପୁଣି ତିନି ହଜାର ଟପିଥିଲା ବେଳେ ରାଜ୍ୟରେ ବି ଏହା ବଢିବା ନେଇ ଆଶଙ୍କା ସୃଷ୍ଟି ହୋଇଛି । ଆଉ ୩ରୁ ୪ ସପ୍ତାହ ପରେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇପାରେ ବୋଲି କହିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ତେବେ ସରକାର କୋଭିଡ୍ ପାଇଁ ସବୁ ପ୍ରକାର ପ୍ରକ୍ରିୟା ଆପଣାଇଛନ୍ତି ଓ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ ରହିଛି ।ରାଜ୍ୟ ସରକାର କରୋନା ସହ ଲଢ଼େଇ ପାଇଁ ପ୍ରସ୍ତୁତ ବୋଲି ସ୍ୱାସ୍ଥ୍ୟ ବିଜୟ କହିଛନ୍ତି ।

Comments are closed.