କାଲିଠୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ | News Room Odisha

କାଲିଠୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଲିଠୁ ୫ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ଅପରାହ୍ନ ସାଢ଼େ ୧ଟାରେ ନୂଆଦିଲ୍ଲୀ ଅଭିମୁଖେ ବାହାରିବେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେ ଗସ୍ତ ଶେଷ କରି ମେ’ ମାସ ୩ ତାରିଖରେ ଭୁବନେଶ୍ଵର ଫେରିବେ । ସିଏମ୍‌ଓ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ପରିସରରେ ଏପ୍ରିଲ ୩୦ ତାରିଖରେ ଆୟୋଜିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ଦିନିକିଆ ସମ୍ମିଳନୀରେ ଯୋଗଦେବେ ।