ମେ ପ୍ରଥମ ସପ୍ତାହରେ ଲଘୁଚାପ ସମ୍ଭାବନା | News Room Odisha

ମେ ପ୍ରଥମ ସପ୍ତାହରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର -ଆସନ୍ତାମାସ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି | ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇପାରେ । ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।