ଭୁବନେଶ୍ବରରେ ଆଜିର ତାପମାତ୍ରା ୪୦.୨ ଡିଗ୍ରୀ | News Room Odisha

ଭୁବନେଶ୍ବରରେ ଆଜିର ତାପମାତ୍ରା ୪୦.୨ ଡିଗ୍ରୀ

ଭୁବନେଶ୍ୱର – ଗତ ଏକ ସପ୍ତାହ ହେବ ସମଗ୍ର ରାଜ୍ୟରେ ଅନୁଭୂତ ହେଉଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ରାଜଧାନୀ ଭୁବନେଶ୍ଵର ମଧ୍ୟ ପ୍ରବଳ ଖରାରେ ସିଝୁଛି । ଆଜି ଭୁବନେଶ୍ବରରେ ସର୍ବୋଚ୍ଚ ତାପମାତ୍ରା ୪୦.୨ ଡିଗ୍ରୀ ରେକର୍ଡ କରାଯାଇଛି। କଟକରେ ୪୦.୧ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ସୂଚନାଯୋଗ୍ୟ, ଗତ ୨୪ ତାରିଖରେ ଭୁବନେଶ୍ବରରେ ତାପମାତ୍ରା ୪୩.୩ ଡିଗ୍ରୀ ରେକର୍ଡ କରାଯାଇଥିଲା। ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ ୨୦୧୧ ପରଠାରୁ ଏପ୍ରିଲ ମାସରେ ଏହା ତୃତୀୟ ସ‌ର୍ବାଧିକ ତାପମାତ୍ରା । ୨୦୧୬ ଏପ୍ରିଲ ୧୧ରେ ଭୁବନେଶ୍ବରରେ ତାପମାତ୍ରା ୪୫.୮ ଡିଗ୍ରୀ ରେକର୍ଡ ହୋଇଥିଲା। ୨୦୧୯ ଏପ୍ରିଲ ୧୬ରେ ଏଠାକାର ତାପମାତ୍ରା ୪୩.୭ ଡିଗ୍ରୀ ଥିଲା।ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଆଧାରରେ ଏସ୍‌ଆରସି ପକ୍ଷରୁ ଅନୁଗୁଳ, ବୌଦ୍ଧ, ବଲାଙ୍ଗୀର, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଂଜ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କୁ ଚିଠି ଲେଖଯାଇଛି। ଆଇଏମ୍‌ଡି ଏହି ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।