କାଲିଠୁ ତିନି ଦିନ ତାତିରୁ ତ୍ରାହି ମିଳିବା ସମ୍ଭାବନା

ଭୁବନେଶ୍ୱର – ବଙ୍ଗୋପସାଗରରୁ ଓଡିଶା ମଧ୍ୟକୁ ପ୍ରବେଶ କରୁଛି ଜଳୀୟବାଷ୍ପପୂର୍ଣ ବାୟୁ । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ୩ ଦିନଯାଏଁ କାଳବୈଶାଖୀ ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ସ୍ବାଭାବିକଠାରୁ ୨ ରୁ ୩ ଡିଗ୍ରୀ କମିବ ତାପମାତ୍ରା ।

ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦ୍ରାପଡାରେ ଘଡଘଡି ବିଜୁଳି ସହ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆଜି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ
୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ସୋନପୁର, ବୌଦ୍ଧ, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ଏବଂ ସୁନ୍ଦରଗଡରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ । ଆସନ୍ତା ୪ ତାରିଖରେରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ୫ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେଇ ଅଧିକ ଘନୀଭୂତ ହେବା ସହ ଗଭୀର ଅବପାତରେ ପରିଣତ ହେବ ।
୫ ତାରିଖରେ ସମ୍ଭାବ୍ୟ ବାତ୍ୟାର ରୂପରେଖ ନେଇ ସ୍ପଷ୍ଟ ଚିତ୍ର ମିଳିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Comments are closed.