ରାଜ୍ୟରେ ଆଉ ୧୨ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର – ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଅଛନ୍ତି । ରାଜ୍ୟର ୮ଟି ଜିଲ୍ଲାରୁ ୧୨ ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ କୋରୋନା ସଂକ୍ରମଣର ସୂଚନା ନାହିଁ। କଟକ ଜିଲ୍ଲାରୁ ସର୍ବାଧିକ ୩ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.