ବିଡିଓଙ୍କୁ ମାଡ଼ ମାରିଲେ ବିଧାୟକ

ଦେବଗଡ : ଦେବଗଡ ଜିଲ୍ଲା ତିଲେଇବଣୀ ବ୍ଲକ ବିଡିଓଙ୍କୁ ଦେବଗଡ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ମାଡପିଟ କରିଥିବା ଅଭିଯୋଗ ହୋଇଛି । ତିଲେଇବଣୀ ବ୍ଲକ ବିଡିଓ କୃଷ୍ଣ ଚନ୍ଦ୍ର ଦଳପତି ଏକ ସରକାରୀ କାର୍ଯ୍ୟରେ ଛେପଲିପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭାଲିଆଗୁଡି ଗ୍ରାମକୁ ଯାଇଥିବାବେଳେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ତାଙ୍କର ସମର୍ଥକମାନେ ଘଟଣାସ୍ଥଳରେ ପହଞ୍ଚି ବିଡିଓଙ୍କୁ ଆକ୍ରମଣ କରିଥିଲେ। ବିଡିଓଙ୍କ ଓଠ ଫାଟିଯିବା ସହ ସେ ଆହତ ହୋଇଥିବା ଅଭିଯୋଗ କରିଛନ୍ତି । ଘଟଣା ପରେ ବିଡିଓ କୃଷ୍ଣ ଚନ୍ଦ୍ର ଦଳପତି ଦେବଗଡ ଜିଲ୍ଲାପାଳଙ୍କୁ ଏ ସମ୍ପର୍କରେ ଅବଗତ କରାଇଛନ୍ତି । ଅପରାହ୍ନ ସାଢେ ପାଞ୍ଚଟାରେ ଏନେଇ ଦେବଗଡ ଆଦର୍ଶ ଥାନାରେ ପହଞ୍ଚି ବିଡିଓ ଲିଖିତ ଅଭିଯୋଗ କରିଛନ୍ତି ।

Comments are closed.