ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆସନ୍ତା କାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା

ଭୁବନେଶ୍ବର – ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ହେଉଛି ଘୁର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେଇପାରେ । ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ବାତ୍ୟାର ଗତିପଥ ନେଇ ଏଯାଏଁ କୌଣସି ସ୍ପଷ୍ଟ ସୂଚନା ନାହିଁ। ବୁଧବାର ସକାଳେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୬ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାକି ପରବର୍ତୀ ସମୟରେ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Comments are closed.