ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର – ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ଆଜି ବାତ୍ୟାର ଚିତ୍ର ସ୍ପଷ୍ଟ ହୋଇପାରେ । ଏହା କେତେ ଘନୀଭୂତ ହେବ, କେଉଁ ଦିଗରେ ଗତି କରିବ ଓ କେଉଁଠାରେ ସ୍ଥଳଭାଗ ଛୁଇଁବ ତାହା ସ୍ପଷ୍ଟ ହେବ ।

Comments are closed.