ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସୃଷ୍ଟି ହେଲା ‘ସୁଦୃଶ୍ଯ ଲଘୁଚାପ କ୍ଷେତ୍ର’

ନୂଆଦିଲ୍ଲୀ – ଶୁକ୍ରବାର ଦିନ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଭାରତୀୟ ପାଣିପାଗ ବିଭାଗ ଆଜି ସୂଚନା ଦେଇଛି। ଏହି ଲଘୁଚାପ କ୍ଷେତ୍ର ସହିତ ସମ୍ମିଳିତ ହୋଇଥିବା ଘୂର୍ଣ୍ଣିବଳୟ ଏବେ ବାୟୁମଣ୍ଡଳର ନିମ୍ନସ୍ତରର ମଧ୍ୟବର୍ତ୍ତୀ ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଯାଇଛି। ଏହି ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚମ ଦିଗକୁ ଗତି କରି ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଅବପାତର ରୂପ ନେବା ସମ୍ଭାବନା ରହିଛି। ମେ ୧୦ ତାରିଖ ସନ୍ଧ୍ୟା ସୁଦ୍ଧା ଏହି ଅବପାତ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସାମୁଦ୍ରିକ ବାତ୍ୟାରେ ପରିଣତ ହୋଇପାରେ ।

Comments are closed.