ବାତ୍ୟା ଲ୍ୟାଣ୍ଡଫଲ କରିବ ନାହିଁ | News Room Odisha

ବାତ୍ୟା ଲ୍ୟାଣ୍ଡଫଲ କରିବ ନାହିଁ

ଭୁବନେଶ୍ୱର -ଗଭୀର ଅବପାତରେ ପରିଣତ ହୋଇଛି ଲଘୁଚାପ । ଆସନ୍ତାକାଲି ସକାଳ ସାଢେ ୫ଟା ସୁଦ୍ଧା ଏହା ବାତ୍ୟାର ରୂପ ନେବ । ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ସୂଚନା ମିଳିଛି । ବାତ୍ୟା ପ୍ରଭାବରେ ୧୦୫ ରୁ ୧୧୫ କିମି ବେଗରେ ପବନ ବହିବ । ପୁରୀଠାରୁ ୧୧୮୦ କିଲୋମିଟର ଦକ୍ଷିଣ ଦକ୍ଷିଣ ପୂର୍ବ ଦିଗରେ ରହିଛି ବିଶାଖାପାଟଣା ଠାରୁ ୧୧୪୦ କିମି ଉତ୍ତର -ଉତ୍ତରପୂର୍ବରେ କେନ୍ଦ୍ରୀଭୂତ ଅଛି ଗଭୀର ଅବପାତ । ଏହାର ପ୍ରଭାବରେ ୧୦ ତାରିଖରୁ ଓଡିଶା ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୦ ତାରିଖରୁ ଦିଗ ପରିବର୍ତ୍ତନ କରିବ ବାତ୍ୟା ଓ ଏହାଲ୍ୟାଣ୍ଡଫଲ କରିବ ନାହିଁ । ସମାନ୍ତରାଳ ଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକ ଦେଇ ଅତିକ୍ରମ କରିବ । ସ୍ଥଳଭାଗରୁ ୨୫୦ କିମି ଦୂରରେ ଅତିକ୍ରମ କରିବ ବାତ୍ୟା । ରିକର୍ଭ କରିବା ପରେ ଗତିପଥ ପରିବର୍ତ୍ତନ ହେବ । ଦୁଇ ଦିନ ପର୍ଯ୍ୟନ୍ତ ଉପକୂଳ ଓଡିଶାରେ ବର୍ଷା ପବନ ଲାଗି ରହିବ ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ସବୁ ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଥିବା ସେ କହିଛନ୍ତି ।