ବିଶିଷ୍ଟ ସାହିତ୍ୟିକ ରଜତ କରଙ୍କ ପରଲୋକ | News Room Odisha

ବିଶିଷ୍ଟ ସାହିତ୍ୟିକ ରଜତ କରଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ, ଶିକ୍ଷାବିତ, ଜଗନ୍ନାଥ ସଂସ୍କୃତି ପ୍ରବକ୍ତା ତଥା ଭଞ୍ଜ ସାହିତ୍ୟ ଗବେଷକ ରଜତ କରଙ୍କ ଆଜି ହୃଦଘାତରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା । ଦୀର୍ଘ ୬୦ ବର୍ଷ ଧରି ସେ ଟିଭି ଓ ରେଡ଼ିଓରେ ରଥଯାତ୍ରାର ଧାରା ବିବରଣୀ ପ୍ରଦାନ କରି ଓଡ଼ିଶାର ଜନମାନସରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ । ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଜଣେ ସୁବକ୍ତା ଭାବେ ତାଙ୍କର ଖ୍ୟାତି ରହିଥିଲା । ସାହିତ୍ୟ କ୍ଷେତ୍ରରେ ଅବଦାନ ପାଇଁ ୨୦୨୧ ମସିହାରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏହାଛଡ଼ା ସେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସହ ଅନେକ ସମ୍ମାନଜନକ ପୁରସ୍କାରରେ ସମ୍ମାନିତ ହୋଇଥିଲେ।