ଆସନ୍ତା ୨୪ ଘଣ୍ଟାରେ ଅସାନି ଭୀଷଣ ବାତ୍ୟାରୁ ବାତ୍ୟାରେ ପରିଣତ ହେଵ

ଭୁବନେଶ୍ୱର – ଆସନ୍ତା 24 ଘଣ୍ଟା ମଧ୍ୟରେ ବାତ୍ୟା ଅସାନି ଭୀଷଣ ବାତ୍ୟାରୁ ବାତ୍ୟାର ପରିଣତ ହେବ। ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୫ କିମି ବେଗରେ ଗତି କରୁଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିପଥ ବଜାୟ ରଖିବା ସହ ଆଜି ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଉତ୍ତର-ଆନ୍ଧ୍ର ଓ ଓଡ଼ିଶା ଉପକୂଳ ପହଞ୍ଚିବାର ସମ୍ଭାବନା ରହିଛି। ଓଡିଶା ଉପକୂଳ ହେବା ବେଳକୁ ବାତ୍ୟା ଗଭୀର ଅବପାତ କିମ୍ବା ଅବପାତରେ ପରିଣତ ହୋଇସାରିଥିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବାତ୍ୟା ଅତିକ୍ରମ କରିବା ସମୟରେ ଗୋପାଳପୁର ଠାରୁ 78 କିମି ଏବଂ ପୁରୀ ଠାରୁ 153 କିମି ଦୂରରେ ରହିବ। ଅସାନି ପ୍ରଭାବରେ ଆଜିଠାରୁ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ବର୍ଷା ଆରମ୍ଭ ହୋଇଯିବ । ଆଜି ଗଞ୍ଜାମ, ଗଜପତି ଓ ପୁରୀର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖ ଦିନ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର ଉପକୂଳର ଅଳ୍ପ କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ । ରାଜ୍ୟକୁ ପବନର ମଧ୍ୟ ଡର ନାହିଁ । ଓଡ଼ିଶା ଉପକୂଳ ସମୁଦ୍ରରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।

Comments are closed.