ଚନ୍ଦନ ଯାତ୍ରାରେ ଶ୍ରୀଜୀଉଙ୍କ ଚଳନ୍ତି ବିଗ୍ରହ ଶ୍ରୀମଦନମୋହନ ବିଂଶତି ବେଶରେ ଭକ୍ତଙ୍କୁ ଦେଇଥାନ୍ତି ଦର୍ଶନ

ଚନ୍ଦନ ଯାତ୍ରାର ଏକୋଇଶ ଦିନରୁ କୋଡ଼ିଏ ଦିନ ଶ୍ରୀଜୀଉଙ୍କ ଚଳନ୍ତି ବିଗ୍ରହ ଶ୍ରୀମଦନମୋହନ ପ୍ରତ୍ୟେକ ଦିନ ନୂଆ ନୂଆ ବେଶ ଧାରଣ କରିଥାନ୍ତି । ଏହାର ଅନେକଗୁଡ଼ିଏ ବେଶ କୃଷ୍ଣଲୀଳାର ସ୍ମୃତିଚାରଣ ଉଦ୍ଦେଶ୍ୟରେ ଅନୁଷ୍ଠିତ ହୋଇଥାଏ ।ନୃସିଂହ ଜନ୍ମତିଥିରେ ମଦନମୋହନ କୌଣସି ପ୍ରକାର ବେଶ ହୁଅନ୍ତି ନାହିଁ ।

୨୧ ଦିନ ବ୍ୟାପି କ୍ରମାନୁଯାୟୀ ଅନୁଷ୍ଠିତ ବେଶ ଗୁଡ଼ିକ ହେଉଛି :-

ଅକ୍ଷୟ ତୃତୀୟା: ନଟବର ବେଶ (ତ୍ରିଭଙ୍ଗ ନୃତ୍ୟରତ ଶ୍ରୀକୃଷ୍ଣ)

ବୈଶାଖ ଶୁକ୍ଳ ଚତୁର୍ଥୀ: ହରିଜନ୍ମ ବେଶ (ବସୁଦେବଙ୍କଦ୍ୱାରା ନଦୀପାରି ବେଶ)

ବୈଶାଖ ଶୁକ୍ଳ ପଞ୍ଚମୀ: ରାଜାଧିରାଜ ବେଶ (ଦ୍ୱାରକାଧୀଶ)

ବୈଶାଖ ଶୁକ୍ଳ ଷଷ୍ଠୀ: ଖଟଦୋଳି ବେଶ (କୁଞ୍ଜରେ ଦୋଳିଖେଳ)

ବୈଶାଖ ଶୁକ୍ଳ ସପ୍ତମୀ: ଗୋମତୀ କୃଷ୍ଣ ବେଶ (ବ୍ରହ୍ମଗୋପାଳ ବେଶ)

ବୈଶାଖ ଶୁକ୍ଳ ଅଷ୍ଟମୀ: ବତ୍ସାଚାରଣ (ଗୋଚାରଣ ଗୋପାଳ)

ବୈଶାଖ ଶୁକ୍ଳ ନବମୀ: ବତ୍ସାହରଣ ବେଶ (ବ୍ରହ୍ମ ବିମୋହନ ଲୀଳା)

ବୈଶାଖ ଶୁକ୍ଳ ଦଶମୀ: ଅଘାସୁର ବଧ ବେଶ (କୃଷ୍ଣଙ୍କଦ୍ୱାରା ଅଘାସୁର ବଧ)

ବୈଶାଖ ଶୁକ୍ଳ ଏକାଦଶୀ: ଚକ୍ର ନାରାୟଣ ବେଶ (ଚକ୍ରଧାରୀ କୃଷ୍ଣ)

ବୈଶାଖ ଶୁକ୍ଳ ଦ୍ୱାଦଶୀ: ନାବକେଳି ବେଶ (ଯମୁନା କେଳି)

ବୈଶାଖ ଶୁକ୍ଳ ତ୍ରୟୋଦଶୀ: ରାହାସମଣ୍ଡଳି ବେଶ (ରାସ କ୍ରୀଡା)

ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ: (ନୃସିଂହ ଜନ୍ମ ତିଥି)ଏହି ଦିନ ବେଶ କରାଯାଏ ନାହିଁ

ବୈଶାଖ ପୂର୍ଣ୍ଣିମା: କନ୍ଦର୍ପ ରଥ ବେଶ (ଗୋପାଙ୍ଗନାଙ୍କଦ୍ୱାରା ରଥାକୃତି ପରିବେଷ୍ଟିତ କୃଷ୍ଣ)

ବୈଶାଖ କୃଷ୍ଣ ପ୍ରତିପଦା: ଷଡ଼ଭୂଜ ଗୌରାଙ୍ଗ ବେଶ (କଳିଯୁଗ ପ୍ରେମାବତାର)

ବୈଶାଖ କୃଷ୍ଣ ଦ୍ୱିତୀୟା: ରଘୁନାଥ ବେଶ (କାଣ୍ଡ କୋଦଣ୍ଡଧାରୀ ଶ୍ରୀରାମ)

ବୈଶାଖ କୃଷ୍ଣ ତୃତୀୟା: ଗିରିପୂଜା ବେଶ (ଗୋବର୍ଦ୍ଧନ ପୂଜା )

ବୈଶାଖ କୃଷ୍ଣ ଚତୁର୍ଥୀ: ଗିରିଟେକା ବେଶ (ଗୋବର୍ଦ୍ଧନ ଧାରୀ)

ବୈଶାଖ କୃଷ୍ଣ ପଞ୍ଚମୀ: ବସ୍ତ୍ରହରଣ ବେଶ (କେଳି କଦମ୍ବ ତରୁରେ ଆରୁଢ଼ କୃଷ୍ଣଙ୍କ କର୍ତ୍ତୃକ ସ୍ନାନରତା ଗୋପୀମାନଙ୍କ ବସ୍ତ୍ରହରଣ ଲୀଳା)

ବୈଶାଖ କୃଷ୍ଣ ଷଷ୍ଠୀ: ଚିନ୍ତାମଣୀ କୃଷ୍ଣ ବେଶ/ ମଦନ ମୋହନ ବେଶ (ମୂରଲୀଧର)

ବୈଶାଖ କୃଷ୍ଣ ସପ୍ତମୀ: ଗଜ ଉଦ୍ଧାରଣ ବେଶ (ଗଜକୁ କୁମ୍ଭୀର କବଳରୁ ରକ୍ଷା କରିବା)

ବୈଶାଖ କୃଷ୍ଣ ଅଷ୍ଟମୀ: କୁଞ୍ଜବିହାରୀ ବେଶ (ନିକୁଞ୍ଜରେ ଦୋଳି ଖେଳା)

ବେଶ ପରେ ରାତ୍ର ଚାପ ରୀତି ସମ୍ପନ୍ନ କରାଯାଏ । ରାତ୍ରୀ ଚାପରେ ଦୁଇ ଚାପ ସହ ଗୋଟିଏ ବଜନ୍ତ୍ରୀ ନୌକା ଏହି ବିହରଣରେ ବ୍ୟବହୃତ ହୋଇଥାଏ । ବଜନ୍ତ୍ରୀ ନୌକାରେ ଜଣେ ଘଣ୍ଟୁଆ, ଜଣେ କାହାଳିଆ, ଜଣେ ତେଲିଙ୍ଗି ବାଜା ବାଦକ ରହିଥାନ୍ତି । ସେମାନଙ୍କ ସହ ଜଣେ ସେବାୟତ ପୋଲାଙ୍ଗ ତେଲର ଦିହୁଡ଼ୀ ଧରିଥାଏ । ଦିନ ଚାପ ଗୋଟିଏ ଘେରାରେ ଶେଷ ହେଉଥିବାବେଳେ ରାତ୍ରୀ ଚାପରେ ତିନି ଘେରା ବୁଲାଯିବାର ପରମ୍ପରା ରହିଛି । (ସଂଗୃହିତ)

Comments are closed.