ସମ୍ବଲପୁରରେ ମୁଖ୍ୟ ଶାସନ ସଚିବ: ହୀରାକୁଦ ଡ୍ୟାମ ଏବଂ ଆଇଲାଣ୍ଡ ରେ ପର୍ଯ୍ୟଟନର ବିକାଶ ଉପରେ ଗୁରୁତ୍ୱାରୋପ

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଅପରାହ୍ନରେ ସମ୍ବଲପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ବିଭାଗରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପ୍ରସିଦ୍ଧ ହୀରାକୁଦ ନଦୀବନ୍ଧ ,ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଏବଂ ଆଇଲାଣ୍ଡ କୁ କିଭଳି ପର୍ଯ୍ୟଟକଙ୍କ ନିମନ୍ତେ ଅଧିକ ଆକର୍ଷଣୀୟ କରାଯାଇପାରିବ ତା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି |

ସମୀକ୍ଷାରେ ମୁଖ୍ୟତଃ କଟକ -ଅନୁଗୁଳ , ଅନୁଗୁଳ -ସମ୍ବଲପୁର ଜାତୀୟ ରାଜପଥ, ଜଳ ସମ୍ପଦ ବିଭାଗର ମେଗା ଲିଫ୍ଟ ପ୍ରକଳ୍ପ, ପାଇପ ଯୋଗେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ, ପୂର୍ତ୍ତ ବିଭାଗ ରାସ୍ତା ଆଦି ବିଷୟ ସ୍ଥାନ ପାଇ ଥିଲା। ମୁଖ୍ୟ ରାସ୍ତା ଗୁଡ଼ିକର କାର୍ଯ୍ୟ ତୁରନ୍ତ ସାରିବାକୁ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ | ବିଭିନ୍ନ ପ୍ରକଳ୍ପ ଗୁଡ଼ିକ ପୂର୍ଣ୍ଣାଙ୍ଗ ନିମନ୍ତେ ସମୟସୀମା ଧାର୍ଯ୍ୟକରି ସେହି ଅନୁସାରେ ସାପ୍ତାହିକ ଓ ମାସିକ କାର୍ଯ୍ୟ – ସାରଣୀ ପ୍ରସ୍ତୁତ ଓ ତାହାର ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ପରେ ପରେ ଶ୍ରୀ ମହାପାତ୍ର ମା ସମଲେଇଙ୍କୁ ଦର୍ଶନ କରି ସେଠାରେ ଚାଲିଥିବା ଉନ୍ନୟନ କାର୍ଯ୍ୟପାଇଁ ପ୍ରସ୍ତୁତିର ଅଗ୍ରଗତି ଲକ୍ଷ୍ୟ କରିଥିଲେ। ମନ୍ଦିରରେ ଲାଇଟ ଏବଂ ସାଉଣ୍ଡ ସୋ ର ସଠିକ କାର୍ଯ୍ୟକାରିତା ତନଖି ଥିଲେ। ଏହି ଆଲୋକ ଓ ଧ୍ଵନି ପ୍ରଦର୍ଶନ ରେ ସମ୍ବଲପୁର ଇତିହାସ, ଐତିହ, କଳା, ସଂସ୍କୃତି, ଆଧ୍ୟାତ୍ମିକତା, କୃଷି, ଲୋକ ପରମ୍ପରା ଉପରେ ଆଧାରିତ କଥାବସ୍ତୁ ରଙ୍ଗୀନ ଆଲୋକ ଓ ଶବ୍ଦ ଦ୍ୱାରା ସନ୍ନିବେଶିତ ହୋଇଛି। ଏଥିରେ ମଧ୍ୟ ସମ୍ବଳିକା ସମ୍ପର୍କରେ ଗ୍ରିକ ଦାର୍ଶନିକ ଟଲେମିଙ୍କ ଉଲ୍ଲେଖ ଠାରୁ ଆରମ୍ଭ କରି ଚୌହାନ ଵଂଶର ଆଗମନ, ବଳରାମ ଦେବଙ୍କ ଦ୍ୱାରା ସମଲେଇ ମନ୍ଦିର ନିର୍ମାଣ ଓ ସମ୍ବଲପୁର ନଗର ସ୍ଥାପନ, ବ୍ରିଟିଶ ରାଜ, ସୁରେନ୍ଦ୍ର ସାଏଙ୍କ ସଂଗ୍ରାମ ଆଦି ବିଭିନ୍ନ ଐତିହାସିକ କଥାବସ୍ତୁ ସ୍ଥାନିତ ହୋଇଛି | ଏହି ଲାଇଟ ଏବଂ ସାଉଣ୍ଡ ପ୍ରଦର୍ଶନ କୁ ଉଭୟ ଓଡ଼ିଆ ଓ ହିନ୍ଦୀ ଭାଷାରେ ପରିବେଷଣ ର ବ୍ୟାବସ୍ଥା ରହିଛି । ଏ ପ୍ରକାର ରୁଦ୍ଧିମନ୍ତ ଲାଇଟ୍ ଓ ସାଉଣ୍ଡ ସୋ ପ୍ରସ୍ତୁତି ଓ ପରିବେଷଣ ଭକ୍ତ ତଥା ପର୍ଯ୍ୟଟକମାନଙ୍କୁ ବିଶେଷ ଭାବେ ଆକୃଷ୍ଟ କରିବ ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ।
ଏହି ଗସ୍ତ ସମୟରେ ଅନ୍ୟ ମାନଙ୍କ ସହ ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇ, ସମ୍ବଲପୁର ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଉପସ୍ଥିତ ଥିଲେ ।

ସମୀକ୍ଷା ପରେ ସାମ୍ବାଦିକମାନଙ୍କ ପ୍ରଶ୍ନର ଉତ୍ତର ଦେଇ ଶ୍ରୀ ମହାପାତ୍ର କହିଥିଲେ ଯେ..👇

Comments are closed.