ଏଥର ଭକ୍ତଙ୍କ ଗହଣରେ ହେବ ଶ୍ରୀଜୀଉଙ୍କ ସ୍ନାନ ଯାତ୍ରା

ପୁରୀ- କୋରୋନା ପ୍ରକୋପ କମିଥିବାରୁ ଏ ବର୍ଷ ଭକ୍ତଙ୍କ ଗହଣରେ ହେବ ଶ୍ରୀଜୀଉଙ୍କ ସ୍ନାନ ଯାତ୍ରା। ହାତୀ ବେଶ ପୂର୍ବରୁ ସ୍ନାନ ମଣ୍ଡପ ତଳେ ଓ ବେଶ ପରେ ଦୁଇ ଘଣ୍ଟା ମଣ୍ଡପ ଉପରକୁ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ଭକ୍ତ। ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ର ଏହି ସୂଚନା ଦେଇଛନ୍ତି । ଆଜି ଶ୍ରୀକ୍ଷେତ୍ର ଭଉଁରୀ,ସ୍ନାନପୂର୍ଣ୍ଣମୀ ଓ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୈଠକ ହୋଇଥିଲା । ବିଭିନ୍ନ ନିଯୋଗ ସହ ପୃଥକ ପୃଥକ ଭାବେ ଆଲୋଚନା କରିଥିଲେ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଓ ଜିଲ୍ଲାପାଳ ସମର୍ଥ ବର୍ମା। ମହାପ୍ରଭୁଙ୍କ ନୀତି କାନ୍ତି ଶୃଙ୍ଖଳିତ ଭାବେ କରିବା ନେଇ ମଧ୍ୟ ଆଲୋଚନା ହୋଇଛି ।

ପ୍ରଥମ ଥର ପାଇଁ ସ୍ନାନ ମଣ୍ଡପରେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କୁ ଅନୁମତି ଦିଆଯିବ ।

Comments are closed.