ଟମାଟୋ ଫ୍ଲୁ ନେଇ ଏମିତି କହିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର -ଟମାଟୋ ଫ୍ଲୁ ଏକ ଭାଇରାଲ ରୋଗ । ରୋଗ ସଂପର୍କରେ ପ୍ରତିକ୍ରିୟା ରଖି ଏହା କହିଛନ୍ତି ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଏହାର ଲକ୍ଷଣ ଦେଖାଗଲେ ପିଲା ଖାଇବ ନାହିଁ, ବାନ୍ତି ହେବ, ଦେହ ଯାକ ଫଳିଯିବ,ନାଲି ପଡ଼ିଯିବ ଓ ଜର ହେବ।ରାଜ୍ୟରେ ଏଭଳି କେତେ କେସ ଅଛି ଜାଣିବା ପାଇଁ ମେଡିକାଲ କଲେଜ ଗୁଡିକୁ ରିପୋର୍ଟ ମଗାଯାଇଥିଲା । ଆରଏମଆରସି ଏହି ଭାଇରଲ ଭାଇରସର ଚିହ୍ନଟ କରିବେ। ନମୁନା ସଂଗ୍ରହ କରାଯାଇ ପଠାଯିବ। ଏହା ହ୍ୟାଣ୍ଡ ମାଉଥ ଫୁଟ ରୋଗ ବୋଲି ସନ୍ଦେହ କରାଯାଉଛି। ଏହି ସନ୍ଦେହକୁ ଦୂର କରିବା ପାଇଁ ନମୁନା ସଂଗ୍ରହ କରି ଆରଏମଆରସିକୁ ପଠାଯିବ।

ଜିଲ୍ଲା ଓ ଶିଶୁ ରୋଗ ବିଶେଷଜ୍ଞମାନଙ୍କ ସହ ଏ ନେଇ ସ୍ୱାସ୍ଥ୍ୟ ବିଭାଗର ଆଲୋଚନା ଜାରି ରହିଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ଜିଲ୍ଲା ଚିକିତ୍ସାଳୟଗୁଡ଼ିକୁ ଆକ୍ରାନ୍ତ ଶିଶୁଙ୍କ ନମୁନା ସଂଗ୍ରହ କରି ପଠାଇବାକୁ କୁହାଯାଇଛି ବୋଲି ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

Comments are closed.