୧୫ଟି ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ୱର – ଆସନ୍ତା ୨୪ ଘଣ୍ଟା ମଧ୍ୟରେ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କଟକ, ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ୧୫ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି। କାଳବୈଶାଖୀ ବେଳେ ବଜ୍ରପାତ ଆଶଙ୍କା ରହୁଥିବାରୁ ଲୋକଙ୍କୁ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି । ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, ନବରଙ୍ଗପୁର, ମାଲକାନାଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Comments are closed.