ନିଖତ ଜରିନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର – ବିଶ୍ୱ ମହିଳା ବକ୍ସିଂ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିତି ଥିବା ନିଖତ ଜରିନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶ ପାଇଁ ନିଖତ ଆହୁରି ସମ୍ମାନ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ଭବିଷ୍ୟତ ସଫଳତା ପାଇଁ ନିଖତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଇସ୍ତାନବୁଲରେ ଆୟୋଜିତ ବିଶ୍ୱ ମହିଳା ବକ୍ସିଂ ଚାମ୍ପିଅନସିପର ୫୨ କେଜି ଶ୍ରେଣୀ ଫାଇନାଲରେ ଥାଇଲାଣ୍ଡର ପ୍ରତିଯୋଗୀଙ୍କୁ ହରାଇ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ନିଖତ ।

Comments are closed.