ଆଜିଠାରୁ ମାଟ୍ରିକ ପରୀକ୍ଷା ମୂଲ୍ୟାୟନ

କଟକ- ଆଜିଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ମୂଲ୍ୟାୟନ। ଏନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଚଳିତ ଥର ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ଏଗଜାମିନରଙ୍କ ସହ ୯୦୦ ଡେପୁଟି ଏଗଜାମିନର , ୮ ହଜାର ୯୧୯ ସହକାରୀ ଏଗଜାମିନର, ୯୩୦ ସ୍କ୍ରୁଟିନାଇଜରଙ୍କୁ ବୋର୍ଡ ପକ୍ଷରୁ ନିୟୋଜିତ କରାଯାଇଥିବା ସୂଚନା ମିଳିଛି। ୧୦ ରୁ ୧୨ ଦିନ ପର୍ଯ୍ୟନ୍ତ ଖାତା ଦେଖା କାର୍ଯ୍ୟ ଜାରି ରହିବ। ପରେ ଅନଲାଇନରେ ମାର୍କ ଅପଲୋଡ଼ କରାଯିବ ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Comments are closed.