ଭୁବନେଶ୍ୱର – ରାଜ୍ୟରେ ପୁଣି ବଢିବ ତାତି । ଆସନ୍ତା ୩ ଦିନ ମଧ୍ୟରେ ବଢିବ ପାରଦ । ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ତାପମାତ୍ରା । ବିଶେଷକରି ଉପକୂଳରେ ଅସହ୍ୟ ଗୁଳଗୁଳି ଅନୁଭୂତ ହେବ । ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରା ୪୦ ଡିଗ୍ରୀ ଉପରେ ରହିବ ବୋଲି ପାଣିପାଗ ବିଭାଗ କହିଛି ।
ଦୁଇଦିନ ଯାଏଁ ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Comments are closed.