ଏସିଆ କପ୍ ହକିର ସେମିରେ ପହଞ୍ଚି ଥିବାରୁ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଜାକର୍ତ୍ତାରେ ଚାଲିଥିବା ଏସିଆ କପ୍ ହକିର ସେମିଫାଇନାଲରେ ପ୍ରବେଶ କରିଥିବାରୁ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳ ଆଗକୁ ବି ବିଜୟ ଧାରା ଜାରି ରଖିବ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଇଣ୍ଡୋନେସିଆକୁ ୧୬ -୦ ଗୋଲରେ ହରାଇ ସେମିଫାଇନାଲରେ ପ୍ରବେଶ କରିଛି ବୀରେନ୍ଦ୍ର ଲାକ୍ରାଙ୍କ ନେତୃତ୍ୱରେ ଖେଳୁଥିବା ଭାରତୀୟ ଦଳ ।

Comments are closed.