ଉପକୂଳରେ ଆହୁରି ବଢିବ ଗୁଳୁଗୁଳି

ଭୁବନେଶ୍ବର – ରାଜ୍ୟରେ ଅସହ୍ୟ ଗରମ ସହ ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଆଗକୁ ଉପକୂଳରେ ଗୁଳୁଗୁଳି ଆହୁରି ବଢ଼ିବା ନେଇ ପୂର୍ବାନୁମାନ କରାଯାଇଛି ।ଏଥି ସହିତ ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ବୃଦ୍ଧି ପାଇବ। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆଗାମୀ ୩ ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ଗତକାଲି ରାଜ୍ୟର ୮ ସହରରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। ପୁଣି ବୌଦ୍ଧ ୪୨.୫ ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଥିଲା ।

Comments are closed.