ଓଏଏସ ସ୍ତରରେ ଅଦଳବଦଳ, ନିବେଦିତା ମିଶ୍ର ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ | News Room Odisha

ଓଏଏସ ସ୍ତରରେ ଅଦଳବଦଳ, ନିବେଦିତା ମିଶ୍ର ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ

ଭୁବନେଶ୍ବର – ରାଜ୍ୟ ସରକାର ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି । ନିବେଦିତା ମିଶ୍ର ହୋଇଛନ୍ତି ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ । ଏନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଅବକାରୀ ବିଭାଗ ଅତିରିକ୍ତ ସଚିବ ପ୍ରମୋଦ କୁମାର ମିଶ୍ରଙ୍କୁ ବଦଳି କରାଯାଇଛି । ପ୍ରମୋଦ ଏପିଏସସିର ସଚିବ ଭାବେ ବଦଳି ହୋଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ନିବେଦିତା ମିଶ୍ରଙ୍କୁ ଉଚ୍ଚଶିକ୍ଷା ବିଭାଗକୁ ବଦଳି କରାଯାଇଛି । ସେ ଏବେ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ଭାବେ ଦାୟିତ୍ବ ତୁଲାଇବେ । ସେହିପରି ଯାଜପୁରରର ଅତିରିକ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତିଙ୍କୁ ଅବକାରୀ ବିଭାଗ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି ।ଅନ୍ୟପଟେ ଅନୁଗୋଳ ଜିଲ୍ଲା ଉପଜିଲ୍ଲାପାଳ ଲଳିତ ମୋହନ ବେହେରାଙ୍କୁ ଅନୁଗୁଳ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି ‌