୧୧ଟି ଜିଲ୍ଲାରେ କାଳବୈଶାଖୀ ସତର୍କତା | News Room Odisha

୧୧ଟି ଜିଲ୍ଲାରେ କାଳବୈଶାଖୀ ସତର୍କତା

ଭୁବନେଶ୍ୱର – ରାଜ୍ଯରେ ଆଜି ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ନେଇ ସତର୍କ କରାଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଏଥିସ଼ ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳ ଗୀଷ୍ମ ପ୍ରବାହ ଜାରି ରହିବ ବୋଲି ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କାଳବୈଶାଖୀ ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ଢ଼େଙ୍କାନାଳ, କଟକ, ଅନୁଗୁଳ, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ୱର୍ନିଂ ଜାରି କରାଯାଇଛି । ଏହି ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି। ଜୁନ୍‌ ୯ ତାରିଖ ପର୍ଯ୍ଯନ୍ତ ରାଜ୍ୟର ବହୁ ଜିଲ୍ଲାରେ ଏହିପରି କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।